ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି
ଗଣିଆ – ଗଣିଆ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ସ୍ଥାନୀୟ ଶିକ୍ଷା ବିଭାଗ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବ୍ଳକର ସମସ୍ତ କ୍ଳଷ୍ଟରର କୃତି ଛାତ୍ର ଛାତ୍ରୀ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ । ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ କୁଇଜ୍, ବକ୍ତୃତା, ନୃତ୍ୟ, ସଙ୍ଗୀତ,ରଚନା, ଚିତ୍ରାଙ୍କନ ଆଦି ପ୍ରତିଯୋଗିତା କରାଯାଇଥିଲା । ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ବ୍ଳକ ଅଧ୍ୟକ୍ଷା ଝୁନା ଜେନା,କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଶରତ କୁମାର କର,ଜିଲ୍ଲା ପରିଷଦ ସଭ୍ୟ ନରେଶ କୁମାର ବେହେରା, ସମିତି ସଭ୍ୟ ଫକୀର ମୋହନ ଡାକୁଆ, ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ, ଅତିରିକ୍ତ ଶିକ୍ଷା ଅଧିକାରୀ ବିନୋଦିନୀ ପଣ୍ଡା, ରବିନ୍ଦ୍ରନାଥ ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ । ପାଠ ସହିତ ଛାତ୍ର ଛାତ୍ରୀ ମାନଙ୍କର ଅନ୍ତର୍ନିହିତ ଗୁଣାବଳୀକୁ ବିକଶିତ କରିବାକୁ ସରକାରଙ୍କର ଏହି ପ୍ରୟାସ ଅତ୍ୟନ୍ତ ଦରକାରୀ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ବଣମଲ୍ଲୀ ପରି ବଣରେ ଫୁଟି ଝଡି ଯାଉଥିବା ଏଭଳି ଅନେକ ପ୍ରତିଭା ଆଗକୁ ବଢ଼ିବାକୁ ପ୍ରେରଣା ପାଉଛନ୍ତି ଏହି ସୁରଭି କାର୍ଯ୍ୟକ୍ରମ ଜରିଆରେ ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଥିଲେ । ବ୍ଳକ ସ୍ତରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ଜିଲ୍ଲା ସ୍ଥରରେ ଅଂଶ ଗ୍ରହଣ କରିବେ ବୋଲି ଶିକ୍ଷା ଅଧିକାରୀ ପ୍ରକାଶ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବା କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ସଂଘର ସମ୍ପାଦକ ସୁରେଶ କୁମାର ବେହେରା,ବାମନ ଚରଣ ବାରିକି,କେଶବ ଚନ୍ଦ୍ର ନାୟକ,ଶୋଭନ କୁମାର ପଣ୍ଡା, ପ୍ରଫୁଲ୍ଲ କୁମାର ମିଶ୍ର ପରିଚାଳନା କରିଥିବା ବେଳେ ସମସ୍ତ ସିଆରସିସି ତଥା ଶିକ୍ଷକ ଶିକ୍ଷୟିତ୍ରୀ ସଂପୂର୍ଣ୍ଣ ସହଯୋଗ କରିଥିଲେ ।
