ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ, ଯୋଗଦେଲେ ଶତାଧିକ ଚାଷୀ।
ଆଜି କୋରେଇ ବିଡ଼ିଓ ଅବନୀକାନ୍ତ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ବଟିରା ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି l ମେଳାରେ କୋରେଇ ବିଧାୟକ ଆକାଶ ଦାସନାୟକ ଅତିଥିଭାବେ ଯୋଗଦେଇ ଏହି ମେଳା କୁ ଉଦଘାଟନ କରିଥିଲେ l ବିଶେଷ ଭାବରେ ରାଜ୍ୟ ସରକାର କିଭଳି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ପାଇଁ ବିଭିନ୍ନ ଯୋଜନା ଆରମ୍ଭ କରୁଛନ୍ତି ଆଲୋଚନା କରିଥିଲେ l ଏହି ଅବସରରେ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ସପନ କୁମାର ନନ୍ଦ ଓ ବ୍ଲକ ଅଧ୍ୟକ୍ଷା ଜୟନ୍ତୀ ଦଳେଇ ଅନ୍ୟତମ ଅତିଥିଭାବେ ଯୋଗଦେଇ ପ୍ରାଣୀସମ୍ପଦର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ l ବିଧାୟକ ଶ୍ରୀ ଦାସନାୟକ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଯୋଜନା କରି ଲାଭବାନ ହେଇଥିବା ଚାଷୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ l
ଯାଜପୁର କୋରେଇ ରୁ ଜ୍ୟୋତି ପ୍ରକାଶ ଭୂୟାଁ ଙ୍କ ରିପୋର୍ଟ ତୀର୍ଥକ୍ଷେତ୍ର Live
