ବ୍ଳକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର
ହିଞ୍ଜିଳିକାଟୁ ବ୍ଳକ କଞ୍ଚୁରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ସୁଜିତ କୁମାର ପାଢିଙ୍କ ସଂଯୋଜନାରେ ଶନିବାର ବ୍ଳକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ଏସ. ଗିରିଧର ଓ ସମ୍ମାନିତ ଅତିଥି ଭାବେ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତିଲତା ମୁନି ଯୋଇଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ଆୟୋଜିତ ଆଲୋଚନା ଚକ୍ରରେ ସ୍ଥାନୀୟ ବ୍ଳକର ବିଭିନ୍ନ ଉଚ୍ଚ ବିଦ୍ୟାଳୟର ୨୧ ଜଣ ଶିକ୍ଷାର୍ଥୀ ଓ ସଂପୃକ୍ତ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ। ବିଚାରକ ଭାବେ ହିଞ୍ଜିଳିକାଟୁ ବିଜ୍ଞାନ ସ୍ଵୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପିକା ସୁପ୍ରିୟା ଦେବୀ ଓ କୁକୁଡାଖଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ବିଭୁପ୍ରସାଦ ପାତ୍ର ଯୋଗଦେଇଥିଲେ। କଞ୍ଚୁରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ କ୍ରୀଷ୍ଣା ସାହୁ ପ୍ରଥମ ସ୍ଥାନ ଅଧିକାର କରି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ ସକାଶେ ମନୋନୀତ ହୋଇଥିଲେ। ହିଞ୍ଜିଳିକାଟୁ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ସନ୍ଧ୍ୟାରାଣୀ ପାଢି ଦ୍ବିତୀୟ ଓ ଡି. ପାଟପୁର ଉଚ୍ଚ ବିଦ୍ୟାଳୟର ଛାତ୍ରୀ ରିହା ପ୍ରଧାନ ତୃତୀୟ ସ୍ଥାନ ଅଧିକାର କରିଥିଲେ। କାର୍ଯ୍ୟକ୍ରମକୁ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।
