କ୍ୟାବିନେଟ ବୈଠକ ସମ୍ପର୍କିତ ପ୍ରେସ ବିବୃତ୍ତି ଭୁବନେଶ୍ୱର

କ୍ୟାବିନେଟ ବୈଠକ ସମ୍ପର୍କିତ ପ୍ରେସ ବିବୃତ୍ତି ଭୁବନେଶ୍ୱର ତା.22.02.2024 ଆଜି ତା.29.02.2024 ରିଖରେ ରାଜ୍ୟ କ୍ୟାବିନେଟର 75 ତମ ବୈଠକ ଲୋକ ସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳସମ୍ପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ କ୍ୟାବିନେଟ ବୈଠକରେ ପାରିତ ହୋଇଥିବା ବିଭିନ୍ନ ପ୍ରସ୍ତାବର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ ଥିଲେ l ଆଜିର କ୍ୟାବିନେଟ ବୈଠକରେ ସ୍ୱାସ୍ଥ୍ୟ ବିଭାଗର 6 ଟି, ଜଳସମ୍ପଦ ବିଭାଗର 1ଟି ଓ ମହିଳା ଏବଂ ଶିଶୁ ବିକାଶ ବିଭାଗ ର 1 ଟି ପ୍ରସ୍ତାବ ଆଗତ କରାଯାଇଥିଲା ବେଳେ ସମସ୍ତ ପ୍ରସ୍ତାବ ପାରିତ ହୋଇଛି l ପଠାଣି ରାଉତମୁଖ୍ୟ ଶାସନ ସଚିବଙ୍କ ଲୋକ ସମ୍ପର୍କ ଅଧିକାରୀ

Leave a Reply

Your email address will not be published. Required fields are marked *