ବିପୁଳ ପରିମାଣର ଦେଶୀ ମଦ ସହିତ କାର ଜବତ, ଜଣେ ଗିରଫ
ବିପୁଳ ପରିମାଣର ଦେଶୀ ମଦ ସହିତ କାର ଜବତ, ଜଣେ ଗିରଫ l ଭଦ୍ରକ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଉପ-ଅଧିକ୍ଷକ ଶ୍ରୀମତୀ ଅନିତା ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବଳ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ରାହାଞ୍ଜ ଛକ ନିକଟରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ବାଲେଶ୍ୱର ଜିଲ୍ଲାରୁ ଭଦ୍ରକ ଆଡ଼କୁ ଆସୁଥିବା ଗୋଟିଏ ଚେଭ୍ରୋଲେଟ କାରରୁ (ଓଡି-୧୦-୭୧୧୧) ୩୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ସିମୁଳିଆ ଥାନା ଅନ୍ତର୍ଗତ ମାର୍କୋଣା ଗ୍ରାମର କମଳାକାନ୍ତ ସାହୁଙ୍କୁ ଗିରଫ କରାଯାଇଛି l ଜବତ ହୋଇଥିବା ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୦୩ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢାଉରେ ସହକାରୀ ଉପ-ନିରୀକ୍ଷକ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ରମେଶ ନାୟକ, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ରୁଦ୍ରନାରାୟଣ ଦାସ, ସୁଦର୍ଶନ ପଲ୍ଲାଇ, ଜେମାମଣୀ ଜାମୁଡା ପ୍ରଭୃତି ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ ଗୋଟିଏ ମାମଲା ରୁଜ୍ଜୁ କରାଯାଇଛି l
