୯୦୦ ଲିଟର ଦେଶୀ ମଦ ସହିତ କାର ଓ ସ୍କୁଟି ଜବତ । ୦୧ ଗିରଫ

ଭଦ୍ରକ :୧୭/୧୧:– ଭଦ୍ରକ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ନିରୀକ୍ଷକ ଶ୍ରୀ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବଳ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଚାରିଘାରିଆ ଗ୍ରାମରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଗୋଟିଏ ଟାଟା ଇଣ୍ଡିଗୋ କାରରୁ(ଓଆର-୨୨ଇ-୦୧୧୯) ୫୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ବାଗୁରାଇ ଗ୍ରାମର ଜୀବନଧର ଦାସ ଓରଫ ଚଗୁଲୁ ଙ୍କୁ ଗିରଫ କରାଯାଇଛି ।

ସେହିପରି ପୁରୁଣାବଜାର ଥାନା ଅନ୍ତର୍ଗତ ମିର୍ଜାପୁର ଗ୍ରାମରେ ଚଢାଉ କରାଯାଇ ଗୋଟିଏ ହୋଣ୍ଡା ଆକ୍ଟିଭା ସ୍କୁଟି (ଓଡି-୦୫ଇ-୬୧୫୪) ସହିତ ୪୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରାଯାଇଥିବା ବେଳେ ଏଥିରେ ସଂପୃକ୍ତ ୦୩ ଜଣ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି । ଅବକାରୀ ବିଭାଗ ପକ୍ଷରୁ ହୋଇଥିବା ଉକ୍ତ ଚଢ଼ାଉରେ ସମୁଦାୟ ୯୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରାଯାଇଛି । ଜବତ ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୦୨ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଧାମନଗର ଓ.ଆଇ.ସି ପ୍ରହଲ୍ଲାଦ ସାମଲ, ଏ.ଏସ.ଆଇ ପୁରୁଷୋତ୍ତମ ମଲ୍ଲିକ, କନେଷ୍ଟବଳ ରମେଶ ନାୟକ, ପ୍ରଦୀପ ମଲ୍ଲିକ, ଅଜିତ କୁମାର ସିଙ୍କୁ ଓ ଜେମାମଣି ଜାମୁଡା ପ୍ରଭୃତି ସାମିଲ ଥିଲେ । ଏନେଇ ଅବକାରୀ ବିଭାଗ ପକ୍ଷରୁ ୦୨ ଗୋଟି ପୃଥକ ପୃଥକ ମାମଲା ରୁଜ୍ଜୁ କରାଯାଇଛି।

ରିପୋର୍ଟ :-ପୁନିଲ କୁମାର ସାମନ୍ତ।

Leave a Reply

Your email address will not be published. Required fields are marked *