ଜୁଲାଇ ୨୭ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
ଜୁଲାଇ ୨୭ ରେ ଜନ ଅଭିଯୋଗ ଶୁଣାଣି କରିବେ l ଜୁଲାଇ ୨୨ ତାରିଖ ଦିବା ୧୧ଟା ଠାରୁ ଆରମ୍ଭ ହେବ ପଞ୍ଜୀକରଣ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନାଭୁବନେଶ୍ୱର ତା-୨୦.୦୭.୨୦୨୬ ଆଗାମୀ ଜୁଲାଇ ୨୭ ତାରିଖ,ସୋମବାର ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୁର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ସକାଳ ୮ ଘଟିକା ସମୟରୁ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁଲାଇ ୨୨ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ । ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଉପରୋକ୍ତ ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
