୨୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଆସନ୍ତା ୨୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ଭୁବନେଶ୍ୱର, ତା-୧୯/୦୯/୨୦୨୫ ଆସନ୍ତା ସେପ୍ଟେମ୍ବର ୨୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପଠାଣି ରାଉତ,ଲୋକସମ୍ପର୍କ ଅଧିକାରୀ
