ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଉଦଯାପିତ

ଗତ ସେପ୍ଟେମ୍ବର ୧୭ ତାରିଖ ଦିନଠୁ ବୁଗୁଡା ଏନ୍ଏସି ପକ୍ଷରୁ ଆରମ୍ଭ ହୋଇଥିବା “ସ୍ବଚ୍ଛତା ହିଁ ସେବା” କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି। ସ୍ଥାନୀୟ ଏନ୍ଏସି କଲ୍ଯାଣୀ ମଣ୍ଡପ ପରିସରରେ ଆୟୋଜିତ ଉଦଯାପନୀ ଉତ୍ସବରେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଏଟିଓ ସୁନନ୍ଦ ଶେଖର ସାହାଣି ଅଧ୍ୟକ୍ଷତା କରିଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ସମ୍ମାନିତ ଅତିଥି ଭାବେ ଏନ୍ଏସି ଅଧ୍ଯକ୍ଷ ଚିତ୍ରସେନ ପ୍ରଧାନ ଓ ଉପାଧ୍ୟକ୍ଷା ଗିତାଞ୍ଜଳୀ ପାଢୀ, ସିଡିପିଓ ବବିତା କୁମାରୀ ପଣ୍ଡା, ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ରଙ୍କ ସମେତ କାଉନସିଲରମାନେ ଯୋଗ ଦେଇ ସ୍ବଚ୍ଛତା ରକ୍ଷା ସମ୍ପର୍କେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏ ଅବସରରେ ପୂର୍ବରୁ ଏନ୍ଏସି ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆୟୋଜିତ ପ୍ରତିଯୋଗିତା ଗୁଡିକର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥି ସହ ଏନ୍ଏସିରେ କାର୍ଯ୍ୟରତ ସଫେଇ କର୍ମଚାରୀଙ୍କୁ ରେନ୍ କୋଟ୍ ଏବଂ ସ୍ବଚ୍ଛ ସାଥୀଙ୍କୁ ଜ୍ଯାକେଟ୍ ପ୍ରଦାନ କରାଯାଇଥିଲା। ସିଏମ୍ଏମ ଶିବୁ ପ୍ରସାଦ ରାଉତରାୟଙ୍କ ସଂଯୋଜନାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମକୁ ସାନିଟେସନ ଏକ୍ସପର୍ଟ ମୁନା ଗୌଡ ଓ ସୁପରଭାଇଜର ରାଜେନ୍ଦ୍ର ପ୍ରଧାନ ପରିଚାଳନା କରିଥିବା ବେଳେ ପରିଶେଷରେ ମୁକ୍ତା ପ୍ରକଳ୍ପ ସଂଯୋଜକ ସର୍ବେଶ୍ବର ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *