ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୀ ଗସ୍ତ

ପୁରୀ ଗସ୍ତରେ ଆସିଥିବା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପୁରୀ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ସୈଜନ୍ୟ ମୂଳକ ସାକ୍ଷାତ କରିଥିଲେ। ମନ୍ତ୍ରୀଙ୍କ ସହ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ପୁରୀ ଓ ବ୍ରହ୍ମଗିରି ବିଧାୟକ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିଥିଲେ। ସାକ୍ଷାତ ଅବସରରେ ଶିକ୍ଷା ବିଭାଗରେ ସଂସ୍କାର ଆଣିବା ସହ ବନାରସ ବିଶ୍ବ ବିଦ୍ୟାଳୟର‌ ଉନ୍ନତିମୂଳକ କାର୍ଯ୍ୟ ଜାରି ରଖିବାକୁ ଶଙ୍କରାଚାର୍ଯ୍ୟ କେନ୍ଦ୍ର ମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ଏହି ସାକ୍ଷାତ ଆଲୋଚନା ପ୍ରାୟ ଅଧଘଣ୍ଟା ଧରି ଚାଲିଥିଲା।

Leave a Reply

Your email address will not be published. Required fields are marked *