ରାଷ୍ଟ୍ରୀୟ ଏକତା ଦିବସ ର ଶପଥ ପାଠ କରାଇଲେ ଜିଲ୍ଲାପାଳ

ପୁରୀ ୩୧/୧୦ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଆଜି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ର ଶପଥ ପାଠ କରାଯାଇଥିଲା।ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ଲୌହ ମାନବ ଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ ସହ ସମସ୍ତ ଅଧିକାରୀ ଓ କର୍ମଚାରୀ ଙ୍କୁ ରାଷ୍ଟ୍ର ର ଏକତା, ଅଖଣ୍ଡତା ଏବଂ ସୁରକ୍ଷା କୁ ବଜାୟ ରଖିବା ପାଇଁ ନିଜକୁ ସମର୍ପିତ କରିବା ନିମିତ୍ତ ଶପଥ ପାଠ କରାଇଥିଲେ।

ଏହି ଶପଥ ପାଠରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ ଡ.ଶରତ ଚନ୍ଦ୍ର ମହାପାତ୍ର, ଡେପୁଟି କଲେକ୍ଟର ପ୍ରଶାନ୍ତ କୁମାର ଜେନା, ଆଦ୍ୟାଶା ରଥ, ପ୍ରିୟଦର୍ଶିନୀ ମଲ୍ଲିକ,ଅନୁସ୍ରବ ଗନ୍ତାୟତ, ସହଦେଵ ସାହୁ, ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ ,ଅନ୍ୟାନ୍ୟ ଅଧିକାରୀ,ଆବାସିକ କାର୍ଯ୍ୟାଳୟର ଅଧିକାରୀ, କର୍ମଚାରୀ ଓ ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ।

Leave a Reply

Your email address will not be published. Required fields are marked *