ଜଗତସିଂହପୁର ସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ 75 ତମ ସାଧାରଣତନ୍ତ୍ର ଦିବସ ପାଳିତ
ଜଗତସିଂହପୁର ସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ 75 ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବରେ ମାନ୍ୟବର ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ସମବାୟ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ଜିଲ୍ଲାପାଳ ପାରୁଲ ପଟୱାରୀ, ଏସ୍ସି ରାହୁଲ ପି ଆର ଉପସ୍ଥିତ ଥିଲେ । ପରେ ଅତିଥି ମାନଙ୍କ ଦ୍ୱାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରଷ୍କୃତ କରାଯିବା ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ଜଗତସିଂହପୁର ରୁ Rita ସାହୁ
