ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଚଳିତ ମାସ ୧୨ ରୁ ୧୬ ଯାଏଁ

ପୁରୀ ୮/୧୨ ପୁରୀ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ପ୍ରଦର୍ଶନୀ ଓ ମେଳା ଚଳିତ ମାସ ୧୨ ତାରିଖ ରୁ ୧୬ ତାରିଖ ପର୍ଯ୍ୟନ୍ତ ଶରଧାବାଲି ଠାରେ ଅନୁଷ୍ଠିତ ହେବ।ଏଥିରେ କୃଷକ ମାନଙ୍କୁ ବିଭିନ୍ନ ଆଧୁନିକ ଯନ୍ତ୍ରପାତି ର ପ୍ରଦର୍ଶନ, ତାହାର ଉପଯୋଗ ଓ ଆଗ୍ରହୀ କୃଷକ ମାନଙ୍କୁ ବିକ୍ରୟର ବ୍ୟବସ୍ଥା କରାଯାଇଛି।ତତ ସହିତ କୃଷକ ମାନଙ୍କ ସହ ଆଲୋଚନା ଚକ୍ର, ସେମାନଙ୍କ ସମସ୍ୟା, ଆବଶ୍ୟକତା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯିବ।ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ସଚେତନତା ବାର୍ତ୍ତା ମଧ୍ୟ ପ୍ରଦାନ ର ବ୍ୟବସ୍ଥା କରାଯାଇଛି।ଏହି ମେଳାକୁ ଶୃଙ୍ଖଳିତ ଓ ସୁଚାରୁରୂପେ ସଂପର୍ଣ୍ଣ କରିବାକୁ ଆଜି ଅପରାହ୍ନ ରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା।ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରଖିବା ସହ କୃଷକ ମାନଙ୍କୁ ସୂଚନା ଦେବା ଓ ସେମାନଙ୍କ ଆବଶ୍ୟକତା ଅନୁସାରେ କୃଷି ଯନ୍ତ୍ରପାତି କ୍ରୟରେ ସହଯୋଗ ଦେବାକୁ କୃଷି ଅଧିକାରୀ ମାନଙ୍କୁ ଶ୍ରୀ ସାହୁ ପରାମର୍ଶ ଦେଇଥିଲେ।ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ମନୋଜ କୁମାର ମହାନ୍ତି ସମସ୍ତଙ୍କୁ ସ୍ୱାଗତ କରିବା ସହ ମେଳା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ।ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଏଡିଏମଓ ଡା ବିରଜା ଶଙ୍କର ରଥ,ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ ମଞ୍ଜୁଳା ତ୍ରିପାଠୀ,ଜିଲ୍ଲା ମତ୍ସ୍ୟ ଅଧିକାରୀ ବିଭୂତି ରଞ୍ଜନ ରାଉତ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା କୃଷି ଅଧିକାରୀ ସୁଶାନ୍ତ କୁମାର ମହାନ୍ତି,ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ଓ କୃଷି ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ ମାନେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *