ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ।ପୁରୀ ୧୨/୨ ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଆଜି ଅନୁଷ୍ଠିତ ହୋଇ ଥିଲା। ଏଥିରେ ମୋଟ ୭୯ ଗୋଟି ଅଭିଯୋଗ ମିଳିଥିଲା ।ଏଥିରେ ୭୬ ଗୋଟି ବ୍ୟକ୍ତିଗତ ଓ ୩ ଟି ଗ୍ରାମ ସମସ୍ୟା ସମ୍ପର୍କରେ ଥିଲା।ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ସହାୟତା ପାଇଁ ୫ ଗୋଟି ଆବେଦନ ମିଳିଥିଲା।ତତ୍କାଳୀନ୨ଗୋଟି ଅଭିଯୋଗ ର ସମାଧାନ ହୋଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବାଶୀଷ ପଟ୍ଟନାୟକ,ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ପ୍ରିୟଦର୍ଶିନୀ ମଲ୍ଲିକ,ପୌରନିର୍ବାହୀ ଅଧିକାରୀ ମନୋଜ କୁମାର ବେହେରା,ସଦର ବିଡ଼ିଓ ସମ୍ବିତ କୁମାର ଶତପଥୀ, ତହସିଲଦାର ଅଭିଷେକ ଦାଶ, ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *