ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ।

ପୁରୀ ୩୦/୧୨ ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ଗୋପ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ୪୫ ଗୋଟି ଅଭିଯୋଗ ମିଳିଥିଲା।ଏଥିରେ ବ୍ୟକ୍ତିଗତ ଅଭିଯୋଗ ୩୩ ଗୋଟି, ଗ୍ରାମ ଅଭିଯୋଗ ୧୧ ଗୋଟି, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ସହାୟତା ସମ୍ପର୍କରେ ୧ ଗୋଟି ଆବେଦନ ରହିଥିଲା।ତନ୍ମଧ୍ୟରୁ ୨ ଗୋଟିର ତୁରନ୍ତ ସମାଧାନ କରାଯାଇଥିଲା।ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା ବୋଲି ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା ଦିଆଯାଇଛି।ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ସିଡିଏମଓ ଡା ରୂପଭାନୁ ମିଶ୍ର, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ବିଡ଼ିଓ ଛବିରାଣୀ ସାହୁ, ଅଭିଯୋଗ ଶୁଣାଣି ଅଧିକାରୀ ଆଶୁତୋଷ ଦେ ,ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *