ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ।

ପୁରୀ ୭/୪ ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ଅସ୍ତରଙ୍ଗ ବ୍ଲକ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ୩୯ ଗୋଟି ଅଭିଯୋଗ ମିଳିଥିଲା।ଏଥିରେ ବ୍ୟକ୍ତିଗତ ଅଭିଯୋଗ ୩୨ ଗୋଟି ଓ ଗ୍ରାମ ଅଭିଯୋଗ ୭ ଗୋଟି ରହିଥିଲା।ତନ୍ମଧ୍ୟରୁ ଗୋଟିର ତୁରନ୍ତ ସମାଧାନ କରାଯାଇଥିଲା।ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଛି ବୋଲି ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟ ମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ଅତିରିକ୍ତ ଏସ ପି ବିଷ୍ଣୁ ପ୍ରସାଦ ପତି,ଅସ୍ତରଙ୍ଗ ବିଡ଼ିଓ ସସ୍ମିତା ବେହେରା, ତହସିଲଦାର ପ୍ରିୟଙ୍କା ପ୍ରିୟଦର୍ଶିନୀ ପତି, ଅଭିଯୋଗ ଶୁଣାଣି ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।ଆସନ୍ତା ୧୫ ତାରିଖ ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ,୨୧ ତାରିଖରେ ପିପିଲି ବ୍ଲକ ସମ୍ମିଳନୀ ଗୃହରେ ଓ ୨୮ ତାରିଖରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ସକାଳ ୭ ଘଟିକା ରୁ ୧୦ ଘଟିକା ପର୍ଯ୍ୟନ୍ତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଶ୍ରୀ ଦେ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *