ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ୨୦୨୫

ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ୨୦୨୫
ଫୁଲବାଣୀ:-୦୪/୦୬ ବାଲିଗୁଡ଼ାର ସବ୍ କଲେକ୍ଟର କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ-୨୦୨୫ରେ ଆୟୋଜିତ ହୋଇଯାଇଛି । ଏହି ବୈଠକରେ ଓଡ଼ିଶାର ମାନ୍ୟବର ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ଏବଂ ସାର୍ବଜନୀନ ଉଦ୍ୟୋଗ ମନ୍ତ୍ରୀ ଡ଼ କୃଷ୍ଣ ଚନ୍ଦ୍ର ମହାପାତ୍ର ଯୋଗଦେଇ ଜିଲ୍ଲାରେ ଚାଲିଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଏବଂ କାର୍ଯ୍ୟକଳାପର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଥିଲେ ।
ଏହି ବୈଠକରେ ମାନ୍ୟବର ବିଧାୟକ, ଫୁଲବାଣୀ ଶ୍ରୀ ଊମା ଚରଣ ମଲ୍ଲିକ, ଜିଲ୍ଲାପାଳ, କନ୍ଧମାଳ ଶ୍ରୀ ଅମ୍ରିତ୍ ଋତୁରାଜ୍ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, କନ୍ଧମାଳ ଶ୍ରୀ ଶମ୍ବୁନାଥ ନନ୍ଦୀ, ବାଲିଗୁଡା ଓ ଜି. ଉଦୟଗିରି ଏନ୍ . ଏ .ସିର ଅଧ୍ୟକ୍ଷ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *