ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଅନୁଷ୍ଠିତ

ଆଙ୍କର-ଜଗତସିଂହପୁର ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ସ୍ଥାନୀୟ ସରକାରୀ ବାଳିକା ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ ଯୋଗ ଦେଇ ଗୁରୁ ଦିବସର ଲକ୍ଷ୍ୟ ସାଧନ ଦିଗରେ ଗୁରୁ ମାନଙ୍କ ଭୂମିକା ଓ ଛାତ୍ରମାନଙ୍କର କର୍ତ୍ତବ୍ୟ ବାବଦରେ ଆଲୋକପାତ କରିଥିଲେ ।ଜିଲ୍ଲାର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୦ ଜଣ ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିବା ବେଳେ ଜିଲ୍ଲାର ୧୦ ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ ।

Leave a Reply

Your email address will not be published. Required fields are marked *