ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ- ୨୦୨୫ ପାଳନ

ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ- ୨୦୨୫ ପାଳନ ନବରଙ୍ଗପୁର ତା ୫.୧୨.୨୦୨୫: ଆଜି ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ଜିଲ୍ଲା ସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ଆୟୋଜିତ ହୋଇଯାଇଅଛି। ଜିଲ୍ଲା କୃଷି ବିଭାଗ ତରଫରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଡ ମହେଶ୍ୱର ସ୍ୱାଇଁ ମୁଖ୍ୟ ଅତିଥି ରୂପେ ଯୋଗ ଦେବା ସହ ୫ ଜଣ ଚାଷୀଙ୍କୁ ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ପ୍ରଦାନ କରିଥିଲେ। ସମ୍ମାନୀତ ଅତିଥି ରୂପେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ଉପସ୍ଥିତ ଥିଲେ।ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁଧୀରଞ୍ଜନ ବେହେରା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଯେଉଁଥିରେ କୃଷି ବିଜ୍ଞାନ କେନ୍ଦ୍ର ଉମରକୋଟର ମୁଖ୍ୟ ବୈଜ୍ଞାନିକ ଶଶାଙ୍କ କୁମାର ଲେଙ୍କା ସହାୟତା କରିଥିଲେ। ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ଜିଲ୍ଲାର ୫୦ ଜଣ ଚାଷୀ ଯୋଗଦାନ କରିଥିଲେ।

ଜିଲ୍ଲାରେ ୨୦୨୫-୨୬ ପାଇଁ ୧୩୦୦୦ ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ଏ ପର୍ଯ୍ୟନ୍ତ ୬୧୯୯ ଜଣ କୃଷକ ମାନଙ୍କୁ ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ ପ୍ରଦାନ କରାଯାଇଛି।କାର୍ଯ୍ୟକ୍ରମ ରେ ବିଭିନ୍ନ ବିଭାଗୀୟ ଅଧିକାରୀ,ବ୍ଲକ୍ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।ସର୍ବ ଶେଷରେ ଜିଲ୍ଲା କୃଷି ଅଧିକାରୀ, ନବରଙ୍ଗପୁର ଧନ୍ୟବାଦ ଜ୍ଞାପନ କରିଥିଲେ।

Leave a Reply

Your email address will not be published. Required fields are marked *