ଶ୍ରୀମନ୍ଦିରରେ ବାମନ ଜନ୍ମ

ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ବାମନ ଜନ୍ମ ନୀତି ପାଇଁ ଆଜି ପାଞ୍ଚଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନଧୂପ ଚ୍ଛେକ ଆସିବା ପରେ ପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।ଏଥିପାଇଁ ଆଜି ସକାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି। ସକାଳଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯିବ। ଆଜିର ଦିନରେ ଅଦିତିଙ୍କ ଠାରୁ ବାମନ ଜନ୍ମ ହୋଇଥିବାରୁ ଏହାର ସ୍ମୃତିକୁ ନେଇ ଏହି ଜନ୍ମ ନୀତି ଦ୍ୱିପ୍ରହର ଧୂପ ପରେ ପାଳିତ ହୋଇଥାଏ। ଏହି ଅବସରରେ ଦକ୍ଷିଣ ଘରୁ ମଦନମୋହନ ରତ୍ନ ସିଂହାସନକୁ ବିଜେ କରିବା ପରେ ରତ୍ନଭଣ୍ତାର ନିକଟକୁ ଆସିଥାନ୍ତି। ଜୟବିଜୟ ଦ୍ୱାର ବନ୍ଦ କରାଯାଇ ପୂଜପଣ୍ତା ସାମନ୍ତ ବାମନଙ୍କ ସୁବର୍ଣ୍ଣ ପ୍ରତିମାରେ ଏହି ଜନ୍ମ ନୀତି ପାଳନ କରିଥାନ୍ତି। ତେବେ ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ, ପଇତା ଲାଗି ଓ ଇନ୍ଦ୍ରଧ୍ବଜା ପୂଜା ବିଧି ମଧ୍ୟ ଅନୁଷ୍ଠିତ ହେବ। ।

Leave a Reply

Your email address will not be published. Required fields are marked *