ଶ୍ରୀମନ୍ଦିରରେ ବାମନଜନ୍ମ ନୀତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତନ ଏକାଦଶୀ ନୀତି ଓ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି। ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯାଇଥିଲା। ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ଅନ୍ୟାନ୍ୟ ନୀତି କାନ୍ତି ବଢିବ । ଅନ୍ୟପଟେ ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ପବିତ୍ରା ଲାଗି ଓ ଇନ୍ଦ୍ରଧ୍ବଜା ପୂଜା ଵିଧି ଅନୁଷ୍ଠିତ ହେବ ।

Leave a Reply

Your email address will not be published. Required fields are marked *