ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ ଅବସରରେ ଏକତା ପଦଯାତ୍ରା।
ଗଣିଆ -କ୍ରିଡା ଓ ଯୁବସେବା ବିଭାଗ ତରଫରୁ ଗଣିଆ ପଞ୍ଚାୟତ ସମିତି ଆନୁକୁଲ୍ୟରେ ଗଣିଆ ବ୍ଳକ ପରିସରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଅବସରରେ ଏକତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ପଦଯାତ୍ରାକୁ ବ୍ଳକ ଅଧ୍ୟକ୍ଷା ଝୁନା ଜେନା ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ବିଡ଼ିଓ ରତନଲାଳ ଲୋହରା, ସାମାଜିକ ସୁରକ୍ଷା ଅଧିକାରୀ ପ୍ରଣୟ କୁମାର ନାୟକ,ଜିପିଇଓ ଗୋବିନ୍ଦ ଚନ୍ଦ୍ର ମହାପାତ୍ର, ଗଣିଆ ଥାନା ଏଏସଆଇ ଶାହା ଆଲାମ ଖାଁ,କ୍ରିଡା ଶିକ୍ଷକ ବିକାଶ ରଞ୍ଜନ ମଲ୍ଲ, ନିରଞ୍ଜନ ମହାରଣା, କୁମୁଦିନୀ ଦେଇଙ୍କ ସମେତ ବିଦ୍ୟାଳୟର ଛାତ୍ର ଛାତ୍ରୀ, ଶିକ୍ଷକ,ବ୍ଳକ କର୍ମଚାରୀ ଉପସ୍ଥିତ ଥିଲେ । ବ୍ଳକ ପରିସରରୁ ଶୋଭାଯାତ୍ରା ବାହାରି ବଜାର ପରିକ୍ରମା କରି ଗଣିଆ ବସଷ୍ଟାଣ୍ଡ ନିକଟରେ ପହଞ୍ଚିଥିଲା । ଛାତ୍ର ଛାତ୍ରୀ ମାନେ ବିଭିନ୍ନ ସ୍ଳୋଗାନ ପ୍ରଦାନ କରିଥିଲେ । ଏହି ଅବସରରେ ଗଣିଆ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠ ପରିସରରେ ବ୍ଳକ ସ୍ତରୀୟ କବାଡି ପ୍ରତିଯୋଗିତା କରାଯାଇ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା ।
