ସମ୍ମାନିତ ଯୁବ ବିକାଶ କାର୍ଯ୍ୟକ୍ରମ ର ଉଦଯାପିତ
– ଜଗତସିଂହପୁର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଆଶ୍ରମ ପାଟଣା ସ୍ଥିତ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆନୁକୂଲ୍ୟରେ ଓଡ଼ିଶା ସରକାରଙ୍କ ସମ୍ମାନିତ ଯିବା ବିକାଶ କାର୍ଯ୍ୟକ୍ରମ ଉଦଯାପିତ ହୋଇ ଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ରବିନାରାୟଣ ରଥ ଙ୍କ ଅଧ7ଆୟୋଜନ ଏହି ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଂଚ ଲିପକ କୁମାର ସାହୁ IYDP ର ନୋଡାଲ ଅଧିକାରୀ ଅଧ୍ୟାପକ ଲାଷ୍ମୀଧର ପ୍ରଧାନ, ପିତାମ୍ବର ସାହୁ, ଲୋଚନ କୁମାର ପତି, କୃଷ୍ଣଚନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇ ଓଡ଼ିଶା ସରକାରଙ୍କ ପ୍ରାୟୋଜିତ ସମ୍ମାନୀତ ଯୁବ ବିକାଶ କାର୍ଯ୍ୟକ୍ରମ ର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଶେଷରେ ସାଂସ୍କୃତିକ ଓ କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ମାନପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସାଫଲ୍ୟ ମଣ୍ଡିତ କରିଥିଲେ ।
ଜଗତସିଂହପୁର ରୁ ରିତା ସାହୁ
