ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟିନେଲେ ଟଙ୍କା

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟିନେଲେ ଟଙ୍କା ଫୁଲବାଣୀ:-୭।୧ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ଓ ପର୍ତ୍ତମାହା ପଞ୍ଚାୟତ ସିମବର୍ତ୍ତୀ କୁମ୍ଭାରମୁଣ୍ଡା ନିକଟରେ ଏକ ବଡ ଧରଣର ଲୁଟ୍‌ ହୋଇଛି। ଜଣେ ଫାଇନାନ୍ସ କର୍ମଚାରୀ ଋଣ ଟଙ୍କା ଆଦାୟ କରି ଫେରୁଥିବା ସମୟରେ ଏହି ଲୁଟ୍‌ ହୋଇଛି। ଗୋଟିଏ ବାଇକ ସମେତ ନଗଦ ପ୍ରାୟ ୪୦ହଜାର ଟଙ୍କା ଲୁଟିନେଇଛନ୍ତି ଦୃର୍ବୁତ୍ତ। ଲୁଟ୍‌ର ଶିକାର କର୍ମଚାରୀ ହେଲେ ମିଥେଲ ଦିଗାଲ। ତାଙ୍କୁ ଦୃର୍ବୁତ୍ତମାନେ ବନ୍ଧୁକ ମୁନରେ ଭୟଭୀତ କରିବା ସହ ବନ୍ଧୁକରେ ମୁଣ୍ଡକୁ ବାରମ୍ବାର ପିଟି ଆଘାତ କରି ଗୁରୁତର କରିଦେଇ ଲୁଟ୍‌ କରିଛନ୍ତି। ଗୁରୁତର ଅବସ୍ଥାରେ ମିଥେଲଙ୍କୁ ସ୍ଥାନୀୟ ଲୋକ ସିମନବାଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ଅଧିକା ଚିକିତ୍ସା ପାଇଁ ଯିବାକୁ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।ପ୍ରକାଶ ଯେ, ମିଥେଲ ଏକ ବାଇକ ବାଇକ ନଂ (ଓଡି ୧୨ ଇ-୭୪୮୫ )ରେ ସକାଳୁ ଦାରିଙ୍ଗବାଡି ଫାଇନାନ୍ସ କାର୍ଯ୍ୟାଳୟରୁ ବାହାରି କିରିକୁଟି ପଞ୍ଚାୟତର କୁମ୍ଭାରମୁଣ୍ଡା ଗ୍ରାମ ଦେଇ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ, କାଡିପାଙ୍ଗା ଅଞ୍ଚଳକୁ ଋଣ ବାବଦକୁ ଅର୍ଥ ସଂଗ୍ରହ ପାଇଁ ଯାଇଥିଲେ। କାମ ସାରି ମଧ୍ୟାହ୍ନରେ ଦାରିଙ୍ଗବାଡି ଫେରୁଥିଲେ। ଏହି ସମୟରେ ୩ଜଣ ଦୃର୍ବୁତ୍ତ ମିଥେଲଙ୍କୁ ଅଟକାଇ ବନ୍ଧୁକ ଦେଖାଇବା ସହ ମିଥଲଙ୍କୁ ଗାଡିରେ ବସାଇ କିଛିବାଟ ନେଇଥିଲେ। ତେବେ ଜଙ୍ଗଲରେ କିଛି ଲୋକ ହଳଦୀ ଖୋଲୁଥିବା ଦେଖି ମିଥେଲ ବାଇକରୁ ଡେଇଁବା ପାଇଁ ଉଦ୍ୟମ କରିଥିଲେ ଓ ଦୃର୍ବୁତ୍ତଙ୍କ ସହ ମିଥଲ ବାଇକରୁ ଖସିପଡ଼ିଥିଲେ ଓ ରାଗରେ ଦୁର୍ବୁତ୍ତ ମାନେ ମିଥେଲଙ୍କୁ ପ୍ରବଳ ପିଟିବା ସହ ବନ୍ଧୁକରେ ମୁଣ୍ଡକୁ ବାରମ୍ବାର ଆଘାତ ଦେଇଥିଲେ। ତେବେ ଘଟଣାସ୍ଥଳରୁ ସମସ୍ତ ଦୃର୍ବୁତ୍ତ ଫେରାର ହୋଇଯାଇଥିଲେ ବୋଲି ଆହତ ମିଥେଲ କହିଛନ୍ତି।

Leave a Reply

Your email address will not be published. Required fields are marked *