ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଙ୍କ ଭଦ୍ରକ ଜିଲ୍ଲା ଗସ୍ତ ଓ ସମୀକ୍ଷା ବୈଠକରେ ଯୋଗଦାନ
ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ,ବିଜ୍ଞାନ ଓ ବୈଷୟିକ ବିଭାଗର ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭଦ୍ରକ ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଏକ ସମୀକ୍ଷା ବୈଠକରେ ଯୋଗଦେଇ ଥିଲେ। ଭଦ୍ରକ ଜିଲ୍ଲାରେ ଅଦିନିଆ ବର୍ଷାରେ ଧାନ ଚାଷ କ୍ଷତିଗ୍ରସ୍ତ ହୋଇଛି। ଏଥିପାଇଁ ସରକାର ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରିଛନ୍ତି।

ଭଦ୍ରକ ବିଧାୟକ ସୀତାଶୁ ଶେଖର ମହାପାତ୍ର | ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଜିଲ୍ଲାରେ ଖୋଲା ଯାଇଥିବା ମଣ୍ଡି ସମ୍ପର୍କରେ ବିଷଦ ବିବରଣୀ ପ୍ରଦାନ କରିବା ସହ ଅଦିନିଆ ବର୍ଷାର କ୍ଷୟକ୍ଷତି ସମ୍ପର୍କରେ ମଧ୍ୟ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଅତିରିକ୍ତ ଜିଲ୍ଲାପାଳ | ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଉପସ୍ଥିତ ଥିଲେ।
