ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତମ ସ୍ବାସ୍ଥ୍ୟ ନିମନ୍ତେ ସମୂହ ଦୀପଦାନ

– ଓଡ଼ିଶାର ଜନପ୍ରିୟ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ନିରାମୟ ଦୀର୍ଘାୟୁ କାମନା କରି ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ରଘୁନାଥପୁର ରୁଦ୍ରେଶ୍ୱର ମହାଦେବ ମନ୍ଦିରରେ ବିଜୁ ଜନତା ଦଳ ପକ୍ଷରୁ ସମୂହ ଦୀପଦାନ କରାଯାଇଛି । ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର ଓ ସୁସ୍ଥ ନିରାମୟ କାମନା କରି ଶତାଧିକ ମହିଳା ଦୀପଦାନ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ତିର୍ତ୍ତୋଲ ବିଧାୟକ ଡ଼ଃ ରମାକାନ୍ତ ଭୋଇ, ରଘୁନାଥପୁର ବ୍ଲକ ଉପାଧ୍ୟକ୍ଷ ଦେବାଶିଷ ତ୍ରିପାଠୀ ଙ୍କ ସହ ଶତାଧିକ ବିଜୁ ଜନତା ଦଳର ନେତା ଓ କର୍ମୀ ମାନେ ଉପସ୍ଥିତ ରହି ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ ।

Leave a Reply

Your email address will not be published. Required fields are marked *