ବାଲିପାଟଣା ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ

ଭୁବନେଶ୍ୱର- ତା.୨୭.୦୧.୨୦୨୬-ବାଲିପାଟଣା ବ୍ଲକ ଅନ୍ତର୍ଗତ ଆଳିଷି ଶାସନ ଗ୍ରାମ ପଞ୍ଚାୟତର ଭୈରପୁରର କନକେଶ୍ୱର ପଡିଆ ପରିସରରେ ଆଜିର ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତ୍ୟକ୍ଷ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଖୋରଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ମିଳିତ ଜଣାଶୁଣାଣି ଶିବିରରେ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । ଆଜି ମୋଟ ୬୧ଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୪୬ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୧୫ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ସେଥିମଧ୍ୟରୁ ୪ଟି ଅଭିଯୋଗକୁ ତତ୍କାଳ ସମାଧାନ କରାଯାଇଥିଲା । ଜଣେ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏତଦବ୍ୟତୀତ ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି ।

ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀ ମାନେ ଗୁରୁତ୍ୱାରୋପ କରିଥିଲେ । ଆଜିର ଯୁଗ୍ମ ଜନଶୁଣାଣି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ଡଃ ମନୋରଞ୍ଜନ ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ବିଡିଓ ଶ୍ରୀ ଶୁଭ୍ରାଂଶୁ ଶେଖର ପାଢ଼ୀ, ତହସିଲଦାର କଳ୍ପନା ଦାସ, ଜିଲ୍ଲା ସାଧାରଣ ଅଭିଯୋଗ ଡେପୁଟି କଲେକ୍ଟର ସୌମ୍ୟା ସ୍ଵାଗତିକା ସ୍ୱାଇଁ, ସ୍ଥାନୀୟ ଜନପ୍ରତିନିଧି ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *