ପବିତ୍ର ପୌଷପୁର୍ଣ୍ଣିମା

ଆଜି ପବିତ୍ର ପୌଷପୁର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହୋଇଛି। ଏହି ଅବସରରେ ମହାପ୍ରଭୁ ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ। ଗତକାଲି,ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ। ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ। ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ ବିଭୂଷିତ ହୋଇ ମହାପ୍ରଭୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ମସ୍ତକରେ କିରିଟ,,ପାଦରେ ଶ୍ରୀପୟର,,ହାତରେ ଶ୍ରୀଭୂଜ,,ହରିଡାମାଳ,,ବାହାଡା ମାଳ,,ସେବତୀମାଳ,,ଆଡକାନି,ଚଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହୋଇ ରାଜାରାଜେଶ୍ୱର ବେଶରେ ଭକ୍ତ ଗଣଙ୍କୁ ଦର୍ଶନ ଦେଇଥିଲେ । ଶ୍ରୀଜୀଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ପୁଷ୍ୟାଭିଷକ ଅନ୍ୟତମ‌ ଉତ୍ସବ। ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ ଆଜିର ଦିନରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ସିଂହାସନରେ ଅଧିଷ୍ଠିତ ହୋଇଥିଲେ। ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପୌଷପୁର୍ଣ୍ଣିମା ଅର୍ଥାତ୍ ଆଜିର ଦିନରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ସଂପନ୍ନ ହୋଇଥିଲା । ଆଜି ଦିନରେ ସୁନାବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି।

Leave a Reply

Your email address will not be published. Required fields are marked *