ଇଗ୍ନୋର ନାମଲେଖା ଅବଧି ଚଳିତ ଫେବୃଆରି ୨୮ ତାରିଖକୁ ବୃଦ୍ଧି

ଇଗ୍ନୋର ନାମଲେଖା ଅବଧି ଚଳିତ ଫେବୃଆରି ୨୮ ତାରିଖକୁ ବୃଦ୍ଧି
ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ ଜାନୁଆରି ୨୦୨୬ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃ ପଞ୍ଜିକରଣ ସମାୟାବଧିକୁ ମଧ୍ୟ ଚଳିତ ମାସ ୨୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି | ପୁନଃ ପଞ୍ଜିକରଣ ପାଇଁ ଅତିରିକ୍ତ ୨୦୦/- ଟଙ୍କା ବିଳମ୍ବ ଶୁଳ୍କ ଦେବାକୁ ହେବ | ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.in କୁ ଅନୁସରଣ କରିପାରିବେ | ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in | ଅଣ୍ଡର ଗ୍ରାଜୁଏଟ (BSCM), (BCOMF), (BAM) ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି | ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ ତେବେ ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ | ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍ ସିଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ | ଅନ୍ୟାନ୍ୟ ସୂଚନା ପାଇବା ପାଇଁ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଭୁବନେଶ୍ୱରକୁ ନିମ୍ନଲିଖିତ ଫୋନ କିମ୍ବା ଇ-ମେଲ ଜରିଆରେ ଯୋଗାଯୋଗ କରିବାପାଇଁ ଆଞ୍ଚଳିକ କେନ୍ଦ୍ରର ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ମନୋଜ କୁମାର ଦାଶ ସୂଚନା ଦେଇଛନ୍ତି |

Leave a Reply

Your email address will not be published. Required fields are marked *