ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମ ଠାରେ ୭୯ ତମ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇ ଯାଇଛି l ମୁଖ୍ୟ ଅତିଥି ଭାବେ କାମାକ୍ଷାନଗର ଉପଜିଲ୍ଲାପାଳ ଦିନମଣି ନାଏକ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ ରେ ଅଭିବାଦନ ଗ୍ରହଣ କରିଥିଲେ l ଚଳିତ ଉପଖଣ୍ଡ ସ୍ତରୀୟ ପରେଡ ରେ ମୋଟ ୪୪ ଟି ଦଳ ଅଂଶଗ୍ରହଣ କରିଥିବା ବେଳେ ବିଭିନ୍ନ ବିଦ୍ୟାଳୟ ର ଛାତ୍ର, ଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ l ଶେଷରେ ଉପଖଣ୍ଡ ରେ କଳା, ସାହିତ୍ୟ, ଓ ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ ବ୍ୟକ୍ତି ବିଶେଷ ଙ୍କୁ ଉପଖଣ୍ଡ ପ୍ରଶାସନ ତରଫରୁ ସମର୍ଦ୍ଧିତ କରାଯାଇଥିଲା l ପରେଡ କୁ ଉପଭୋଗ କରିବା ପାଇଁ କାମାକ୍ଷାନଗର ସହର ତଥା ଆଖପାଖ ର ବହୁ ଜନସାଧାରଣ ଯୋଗ ଦେଇଥିଲେ l

Leave a Reply

Your email address will not be published. Required fields are marked *