ସ୍ୱାଧୀନତା ଦିବସ ପାଳିତ ।
Date – 15/08/25ଜଗତସିଂହପୁର । ଆଙ୍କର-ଜଗତସିଂହପୁର ଠାରେ ୭୯ ତମ ଜିଲ୍ଲା ସ୍ତରୀୟ ସ୍ଵାଧୀନତା ଦିବସ ପାଳିତ ହୋଇ ଯାଇଛି । ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଜେ ସୋନାଲ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିଥିଲେ । ପରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ବିଭିନ୍ନ କ୍ଷେତ୍ରରେ କୃତିତ୍ବ ହାସଲ କରିଥିବା ପ୍ରତିଭା ମାନଙ୍କୁ ସମ୍ମାନିତ କରାଯାଇଥିଲା । ଶେଷରେ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହିତ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ କରାଯାଇଥିଲା l
