ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ ରାୟଗଡା
ତା ୨୦-୧୨-୨୩ ଗଣ ଶିକ୍ଷା ବିଭାଗ ନିର୍ଦ୍ଦେଶ କ୍ରମେ ରାୟଗଡା ବ୍ଲକ ଅନ୍ତର୍ଗତ ଶ୍ରୀ ଉଗ୍ରତାରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟପକ୍ଷରୁ ଅନୁଷ୍ଠିତ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ ହୋଇ ଯାଇଛି । ଆୟୋଜିତ ଉତ୍ସବରେ ରାୟଗଡା ଉପ ଜିଲ୍ଲାପାଳ ଶ୍ରୀମତୀ କଲ୍ୟାଣୀ ସଂଘମିତ୍ରା ଦେବୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ଶିକ୍ଷାବିତ୍ ଡ ଦୁଷ୍ମନ୍ତ କୁମାର ମହାନ୍ତିଯୋଗ ଦେଇଥିଲେ । ସମ୍ମାନୀୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ବରିହା ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀ ପ୍ରଭାକର ଦାସ ଉତ୍ସବରେ ଅଧ୍ୟକ୍ଷତା କରିଥିବାବେଳେ ଅଧ୍ୟାପକ ଶ୍ରୀ ନିତ୍ୟାନନ୍ଦ ଦାସ ବିବରଣୀ ପଠନ କରିଥିଲେ । ଛାତ୍ର ଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଅଧ୍ୟାପକ ଶ୍ରୀ ଆନନ୍ଦ ଚନ୍ଦ୍ର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ନିଳାମ୍ବର ମିଶ୍ରଙ୍କ ରିପୋର୍ଟ ରାୟଗଡା
