ଜଗତସିଂହପୁର ସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ

– ଜଗତସିଂହପୁର ସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବରେ ମାନ୍ୟବର ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗ ଦେଇ ଆନୁଷ୍ଠାନିକ ଭାବରେ ପତାକା ଉତ୍ତୋଳନ କରିବା ସହିତ ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ଜିଲ୍ଲାପାଳ ଜେ ସୋନାଲ, ଏସ୍ସି ଭବାନୀ ଶଙ୍କର ଉଦଗାତା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରତିଚି ତନୟା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ପରେ ଅତିଥି ମାନଙ୍କ ଦ୍ୱାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯିବା ସହିତ ବିଦ୍ୟାଳୟ ସ୍ତରୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଜଗତସିଂହପୁରରୁ ରୀତା ସାହୁ

Leave a Reply

Your email address will not be published. Required fields are marked *