ଜବାହାର ନବୋଦୟ ବିଦ୍ୟାଳୟର ବାର୍ଷିକ ଉତ୍ସବ

କୋଣାର୍କ– ଗୁରୁବାର ସଂଧ୍ୟାରେ କୋଣାର୍କ ଭଗବତୀ ବିହାର ସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଜଗନ୍ନାଥଙ୍କ ପ୍ରତିମୂର୍ତ୍ତୀରେ ପ୍ରଦୀପ ପ୍ରଜ୍ବଳନ ପରେ ସ୍ବାଗତ ସଂଗୀତ ଗାନ କରାଯାଇଥିଲା । ବିଦ୍ୟାଳୟ ଅଧ୍ୟକ୍ଷ ନୃସିଂହ ଚରଣ କରଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ଅତିଥି ଭାବେ କୋଣାର୍କ ଭଗବତୀ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅବତାର ମିଶ୍ର, ନବୋଦୟ ନେତୃତ୍ୱ ସଂସ୍ଥାନର ନିର୍ଦେଶିକା କୁସୁମ ସିଂହ ପ୍ରମୁଖ ଯୋଗଦେଇ ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ବୋଲି ମତବ୍ୟକ୍ତ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀକର ବାର୍ଷିକ ବିବରଣୀ ପାଠ କରିଥିଲେ। ପୂର୍ବରୁ ଅନୁଷ୍ଠିତ ବାର୍ଷିକ କ୍ରୀଡ଼ାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ଅବସରରେ ବିଦ୍ୟାଳୟର ବିଜ୍ଞାନ ଉଦ୍ୟାନକୁ ଉଦଘାଟନ କରାଯାଇଥିଲା। ପରେ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ରବୀନ୍ଦ୍ରନାଥ ଦାସ ସଂଯୋଜନା କରିଥିବାବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ, କର୍ମଚାରୀ ପ୍ରମୁଖ ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *