ରାମନାଗୁଡାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ରାମନାଗୁଡା/ରାୟଗଡ଼ା-୨୧/୭-ସୋମବାର ଦିନ ରାମନାଗୁଡା ବ୍ଲକ ସଦଭାବନା ସଭାଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବନଖଣ୍ଡ ଅଧିକାରୀ ସଚିନ ଆନ୍ନା ସାହେବ ଓହଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମ୍ୟୁଲ କୁମାର ଧର, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ କିରନଦୀପ କୌର ସହୋତା, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ ଦେବୀ ରାମନାଗୁଡା ବ୍ଲକ ଅଧ୍ୟକ୍ଷ ରବିଶଙ୍କର ଗମାଙ୍ଗ ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ମୋଟ ୫୬ଟି ଅଭିଯୋଗର ଶୁଣାଣୀ ହୋଇଥିବା ବେଳେ ସେଥିରୁ ୪୯ଟି ବ୍ୟକ୍ତିଗତ, ୦୭ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଓଡିଶା ଜୀବିକା ମିଶନ ତରଫରୁ ଘୁଷୁରୀ, ଛେଳି, କୁକୁଡ଼ା ପାଳନ ନିମନ୍ତେ କାର୍ଯ୍ୟାଦେଶ, ଫଳଚାଷ ନିମନ୍ତେ ଶଷ୍ୟ ବାବଦକୁ ଆର୍ଥିକ ସହାୟତା ଆଦି ଅତିରିକ୍ତ ଜିଲ୍ଲାପାଳ ବଣ୍ଟନ କରିଥିଲେ ।

ଅନ୍ୟ ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲାପାଳଙ୍କ ଅବଗତି ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।ଏହି ଅଭିଯୋଗ ଶିବିରରେ ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ରଞ୍ଜିତା ବେହେରା, ଅବକାରୀ ନିରୀକ୍ଷକ ଧଳସାମନ୍ତ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଉପଖଣ୍ଡ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ରାମନାଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ରାମନାଗୁଡା ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ, ରାମନାଗୁଡା ଥାନା ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।ସହକାରି ଜିଲ୍ଲାପାଳ ତଥା ଅଭିଯୋଗ ଶୁଣାଣି ଅଧିକାରୀ ସସ୍ମିତା ପଟ୍ଟନାୟକ, ଅଭିଯୋଗ ଶୁଣାଣିର ବରିଷ୍ଠ ରାଜସ୍ୱ ସହାୟକ ଅଚ୍ୟୁତାନନ୍ଦ ଲିମା କନିଷ୍ଠ ରାଜସ୍ୱ ସହାୟକ ଲୋପାମୁଦ୍ରା ଶିବିର ପରିଚାଳନା କରିଥିଲେ ।

ରାୟଗଡ଼ାରୁ ନୃସିଂହ ଚରଣ ବାରିକଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *