ଚନ୍ଦ୍ରପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ରାୟଗଡ଼ା-୧୯/୫-ସୋମବାର ଦିନ ରାୟଗଡ଼ା ଜିଲ୍ଲାର ଚନ୍ଦ୍ରପୁର ବ୍ଲକ ସଦଭାବନା ସଭାଗୃହରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟୱାରୀଙ୍କ ନିର୍ଦ୍ଦେଶକ୍ରମେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମୂଲ୍ୟ କୁମାର ଧର, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ‌ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ କିରନଦୀପ କୌର ସହୋତା ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ। ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ତତ୍ୱାବଧାନରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ମୋଟ ୧୫ଟି ଅଭିଯୋଗର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୮ଟି ବ୍ୟକ୍ତିଗତ, ୭ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ପାଇବା ପରେ ସମସ୍ୟା ଗୁଡିକୁ ତୁରନ୍ତ ସମାଧାନ କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅଭିଯୋଗ ଶିବିରରେ ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଗୁଣପୁର ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ବିଷ୍ଣୁ ପ୍ରସାଦ କର, ଜିଲ୍ଲା ପ୍ରାଣିଧନ ଚିକତ୍ସା ଅଧିକାରୀ ଡାକ୍ତର ଦେବରାଜ ନାୟକ, ଜଳ ବିଭାଜିକା ମିଶନର ପ୍ରକଳ୍ପ ନିର୍ଦେଶକ ଶ୍ରୀ ଦାମୋଦର ପାଣିଗ୍ରାହୀ, ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଶିବଶଙ୍କର ଚୌଧୁରୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭଜନ ଲାଲ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ପ୍ରୋଗ୍ରାମ ଅଧିକାରୀ କଳ୍ପନା ମହାକୁଡ଼ ଏବଂ ଅନ୍ୟାନ୍ୟ ଅଧିକାରୀ ଯୋଗଦାନ କରି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ lସହକାରି ଜିଲ୍ଲାପାଳ ତଥା ଅଭିଯୋଗ ଶୁଣାଣି ଅଧିକାରୀ ସସ୍ମିତା ପଟ୍ଟନାୟକ, ଅଭିଯୋଗ ଶୁଣାଣି ସହାୟକ ଅଚ୍ୟୁତାନନ୍ଦ ଲିମା ଶିବିର ପରିଚାଳନା କରିଥିବା ବେଳେ ଚନ୍ଦ୍ରପୁର ଥାନା ଅଧିକାରୀ ଆଇନ ଶୃଙ୍ଖଳା ରକ୍ଷା କରିଥିଲେ ।

ରାୟଗଡ଼ାରୁ ନୃସିଂହ ଚରଣ ବାରିକଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *