କୋରେଇ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି

କୋରେଇ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଅମ୍ବର କୁମାର କର ଯୋଗଦେଇ ଅଭିଯୋଗ ଗୁଡିକୁ ଶୁଣାଣୀ କରିଥିଲେ। ଏହି ଶିବିରରେ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଅଧିକ ଆସିଥିବା ବେଳେ ତତ୍କାଳ ସମାଧାନ କରିବାକୁ ଜିଲ୍ଲାପାଳ ବିଭାଗ୍ୟ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଆଜିର ଏହି ଅଭିଯୋଗ ଶୁଣାଣୀ ଶିବିରରେ ମୋଟ ୧୧୭ଟି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୭୭ଟି ଅଭିଯୋଗ ତତ୍କାଳ ଜିଲ୍ଲାପାଳ ସମାଧାନ କରିଥିଲେ l ଅନ୍ୟ ଅଭିଯୋଗ ମଧ୍ୟରେ ରାସନ କାର୍ଡ, ଭତ୍ତା, ଆବାସ, ରାସ୍ତାଘାଟ, ସ୍କୁଲ, ଆଇନଶୃଙ୍ଖଳା ରହିଥିବା ବେଳେ ସେଗୁଡିକର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ଯୁଧିଷ୍ଠିର ନାୟକ, ଉପ- ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।

ଯାଜପୁର କୋରେଇ ରୁ ଜ୍ୟୋତି ପ୍ରକାଶ ଭୂୟାଁ ଙ୍କ ରିପୋର୍ଟ ତୀର୍ଥକ୍ଷେତ୍ର Live

Leave a Reply

Your email address will not be published. Required fields are marked *