ଉମରକୋଟ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ
ଉମରକୋଟ ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ।
ନବରଙ୍ଗପୁର ୧୫/୧୨/୨୦୨୫
ଆଜି ଉମରକୋଟ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ, ପ୍ରକାଶ କୁମାର ମିଶ୍ର,ବି ଡି ଓ ମନୋଜ କୁମାର ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ।ସେଥିମଧ୍ୟରୁ ୧୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୪ ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।୦୨ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ କରାଯାଇଥିଲା।
