ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ରାୟଗଡ଼ା-୭/୭-ସୋମବାର ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ଼ା ଜିଲ୍ଲା ସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ ଉପ ଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ, ଆଇ.ଟି.ଡିଏ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ମୋଟ ୬୮ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୫୫
ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୬ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l


ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା । ୯ଜଣଙ୍କୁ ୧ଲକ୍ଷ ୪୫ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସାହାଯ୍ୟ ଜିଲ୍ଲାପାଳ ପ୍ରଦାନ କରିଥିଲେ ।ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମିଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ଯୋଗାଯୋଗ, ବିଦ୍ୟାଳୟ ସମସ୍ୟା, ଆଦି ବିଭିନ୍ନ ସମସ୍ୟା ଗୁଡିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ରାୟଗଡ଼ାରୁ ନୃସିଂହ ଚରଣ ବାରିକଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *