କେସିଙ୍ଗା ବ୍ଲକସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ।

ଭବାନୀପାଟଣା : ତା15.12.2025 – କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନଶୁଣାଣି ଶିବିର ରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା 22 ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ 16 ଗୋଟି ଓ ସାମୂହିକ 6 ଗୋଟି ରହିଥିବା ବେଳେ ଏଥିରେ 04 ଗୋଟି ଆପତ୍ତି ଅଭିଯୋଗ ର ତୁରନ୍ତ ସମାଧାନ କରାଯାଇଥିଲା। ଏହି ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଶିଶୁ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ, ବିଦ୍ୟୁତ୍, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା, ଉପ ଜିଲ୍ଲାପାଳ ଭବାନୀପାଟଣା, ପ୍ରଭାତ କୁମାର ପରିଡା,ଗୋଷ୍ଠୀ ଉନ୍ନୟନ ଅଧିକାରୀ କେସିଙ୍ଗା ଜନ୍ମେଜୟ ସ୍ଵାଇଁ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡା ନିହାରେନ୍ଦ୍ର ପଣ୍ଡା,ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ,ସହ ନିର୍ଦ୍ଦେଶକ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ,ଜିଲ୍ଲା ସାମାଜ କଲ୍ଯାଣ ଅଧିକାରୀ ମଜିବୁନ ନିଶା,ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କହଁର, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *