ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ ।
ଭଦ୍ରକ ଅବକାରୀ ଅଧିକ୍ଷକ ଶ୍ରୀ ନରୋତ୍ତମ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ଉପ-ଅଧିକ୍ଷକ ସୁଚରିତା ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ଶ୍ରୀକାନ୍ତ ମୁର୍ମୁ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବେତଡା ଛକ ନିକଟରେ ଚଢ଼ାଉ କରାଯାଇ ୫.୧୦୦ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆର.ଏନ. ବେତଡା ଗ୍ରାମର ରତ୍ନାକର ପଣ୍ଡାଙ୍କୁ ଗିରଫ କରାଯାଇଛି। ଜବତ ଗଞ୍ଜେଇ ର ଆନୁମାନିକ ମୂଲ୍ୟ ୫୧ ହଜ଼ାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l

ଉକ୍ତ ଚଢ଼ାଉରେ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଅଭିଳାଷ ପାଲ, ତିହିଡି ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ସୁମିତ୍ରା ହେମ୍ବ୍ରମ, ଏସ.ଆଇ ସୌରଭ ପଣ୍ଡା, ଏ.ଏସ୍.ଆଇ ବିଶ୍ୱଜିତ ଜେନା, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ରୁଦ୍ରନାରାୟଣ ଦାସ, ସୁଦର୍ଶନ ପଲେଇ, ଜେମାମଣୀ ଜାମୁଡା, ପ୍ରଶାନ୍ତି ସିଂ ପ୍ରଭୃତି ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ କେସ ନଂ: ୧୪୬/୨୫-୨୬ ମୂଳେ ମାମଲା ରୁଜ୍ଜୁ କରାଯାଇଛି।
