ସ୍ଵର୍ଗତ ଅଜୟ କୁମାର ଜେନାଙ୍କ ଦ୍ଵାଦଶାହ କାର୍ଯ୍ୟକ୍ରମ

ଓଡ଼ିଶା ବିଧାନସଭାର ପୂର୍ବତନ ମୂଖ୍ୟ ସଚେତକ ଓ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସ୍ଵର୍ଗତ ଅଜୟ କୁମାର ଜେନାଙ୍କ ଦ୍ଵାଦଶାହ କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବ୍ଳକ ତାଙ୍କ ନିଜସ୍ୱ ବାସଭବନ ତିତିପ ଦୁଇସାହି ମଧ୍ୟବର୍ତ୍ତୀ ବାଲିଆପଟା ଗ୍ରାମ ଠାରେ ଆୟୋଜିତ ସ୍ମୃତି ଚାରଣ ସଭାରେ ଯୋଗ ଦେଇ ବିଗତ ଦିନରେ ବିତାଇବା ସ୍ଵର୍ଗତ ଜେନାଙ୍କ ସହିତ କିଛି ସ୍ମୃତିକୁ ଶ୍ରୀ ଦାସବର୍ମା ସ୍ମରଣ କରିଛନ୍ତି।ଆୟୋଜିତ ସ୍ମୃତି ଚାରଣ କାର୍ଯ୍ୟକ୍ରମରେ ଭଦ୍ରକ ବିଧାୟକ ପ୍ରଫୁଲ୍ଲ ସାମଲ, ରାଜ୍ୟ ଯୋଜନା ବୋର୍ଡ଼ ସଦସ୍ୟ ପ୍ରସନ୍ନ ପାଟ୍ଟଶାଣୀ, ପୂର୍ବତନ ମନ୍ତ୍ରୀ ବ୍ରଜକିଶୋର ତ୍ରିପାଠୀ, ସାଂସଦଙ୍କ ପ୍ରତିନିଧି, ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ସଭାପତିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ତିତିପ ଗ୍ରାମର ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *