ଜୀବନବିନ୍ଦୁ ପୋଗ୍ରାମ

ପୁରୀ ଜିଲ୍ଲା ଯୁବ ଓ ଛାତ୍ର ବିଜେଡି ଏବଂ ଓଡିଶା ମୋ ପରିବାର ପକ୍ଷରୁ ମାଳତୀପାଟପୁର ପ୍ରାଥମିକ ବିଦ୍ୟାଳୟରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉତ୍ସବରେ ପୁରୀ ସାଂସଦ ପିନାକୀ ମିଶ୍ର,ରାଜ୍ୟ ଯୁବ ବିଜେଡି ସାଧାରଣ ସମ୍ପାଦକ ଶୁଭାଶିଷ ଖୁଣ୍ଟିଆ,ପୂର୍ବତନ ନଗରପାଳ ଗୌରହରି ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ।ଏହି ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୫୦ରୁ ଅଧିକ ୟୁନିଟ ରକ୍ତ ସଂଗ୍ରହ ହୋଇଛି।ଏହି ଅବସରରେ ବୃକ୍ଷରୋପଣ ସହ ଲୋକଙ୍କୁ ମାସ୍କ ବଣ୍ଟନ କରାଯାଇଥିଲା।କରୋନା ମହାମାରୀ ଦ୍ଵିତୀୟ ଲହରକୁ ଦୃଷ୍ଟିରେ ରଖି ରକ୍ତ ସଂକଟକୁ ଦୂରେଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ରାଜ୍ୟରେ ସଫଳତାର ସହ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଚାଲିଛି।

Leave a Reply

Your email address will not be published. Required fields are marked *