ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ପୈ।ରୋହିତ୍ୟରେ ଅନୁଷ୍ଠିତ

ଲାଠିପଡାସ୍ଥିତ ମଡେଲ ଡିଗ୍ରୀ କଲେଜଠାରେ କଳା ସମାଜ ଆନୁକୁଲ୍ୟରେ ଗାନ୍ଧୀଜୀଙ୍କ ଚିନ୍ତାଧାରାକୁ ନେଇ ଏକ ଆଲୋଚନାଚକ୍ର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ପୈ।ରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଅଛି। ପ୍ରଖ୍ୟାତ ସାହିତ୍ୟିକ ତଥା ଗାନ୍ଧୀ ଆଲୋଚକ ଡକ୍ଟର ବିଜୟ କୁମାର ଚୈ।ଧୁରୀ ଯୋଗ ଦେଇ ‘ଗାନ୍ଧୀ ବିଚାର;ସମକାଳ ପ୍ରାସଙ୍ଗିକତା’ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଆଧୁନିକ ସମାଜରେ ଗାନ୍ଧୀ ଚେତନାର ଉପଯୋଗିତା ତଥା ଦୈନନ୍ଦିନ ଜୀବନରେ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବା ଉପରେ

ଛାତ୍ରଛାତ୍ରୀମାନଙ୍କୁ ପ୍ରେରିତ କରିଥିଲେ। ପ୍ରାୟ ୨୦୦ କଳା ଛାତ୍ରଛାତ୍ରୀମାନଙ୍କୁ ନେଇ ଆୟୋଜିତ ଆଲୋଚନା ଚକ୍ରରେ ମଧୁସ୍ମିତା ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିବା ସହ ଡକ୍ଟର ଜ୍ୟୋତ୍ସ୍ନାରାଣୀ କର ଧନ୍ୟବାଦ ଅର୍ପଣ କରିଥିଲେ।ଛାତ୍ର ପ୍ରତିନିଧି ଚିନ୍ମୟ ପ୍ରସାଦ ବେହେରା ମଞ୍ଚ ପରିଚାଳନା କରିଥିବାବେଳେ ସୁନୀଲ କୁମାର ମଲ୍ଲିକ,ଡକ୍ଟର ଜୟରାମ ସିଂ ସାମଲ,ପ୍ରଜ୍ଞାନ୍ସ ରଞ୍ଜନ ସାହୁ, ଦୀପିକା ରାଣୀ ତୁରୁକ, ବିଜୟିନୀ ଶୁଭଦର୍ଶିନୀ, ପ୍ରମୁଖ ଏହି ସଭାରେ ଉପସ୍ଥିତ ଥିଲେ

Leave a Reply

Your email address will not be published. Required fields are marked *