ନବକିଶୋର ଦାସ ହତ୍ୟା ମାମଲା, ଜେଏମ୍‌ଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ୍

ଝାରସୁଗୁଡା : ବହୁଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ଝାରସୁଗୁଡା ଜେଏମଏଫସି କୋର୍ଟରେ ପହଞ୍ଚି ଚାର୍ଜସିଟ ଦାଖଲ କରିଛନ୍ତି କ୍ରାଇମବ୍ରାଞ୍ଚ ଟିମ ।

ଆଜି ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କ ହତ୍ୟାକାଣ୍ଡ ଘଟଣାରେ ଜେଏମଏଫ୍ସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିଲା କ୍ରାଇମବ୍ରାଞ୍ଚ୍ । କ୍ରାଇମବ୍ରାଞ୍ଚ ପକ୍ଷରୁ ହତ୍ୟାକାଣ୍ଡର ତଦନ୍ତକାରୀ ଅଧିକାରୀ ଡିଏସପି ରମେଶ ଦୋରାଙ୍କ ନେତୃତ୍ବରେ ଦୁଇ ଜଣ ଅଧିକାରୀ ଗୁରୁବାର ବିଳମ୍ବିତ ରାତିରେ ଝାରସୁଗୁଡ଼ା ପହଂଚିଥିଲେ । ଆଜି ଦୁଇ ଅଧିକାରୀ ଜେଏମଏଫ୍ସି କୋର୍ଟରେ ପହଞ୍ଚି କୋର୍ଟ ସିଏସଆଇ ଅଫିସରେ ୫୪୩ ପୃଷ୍ଠାର ଅଭିଯୋଗ ପତ୍ର ଦାଖଲ କରିଛନ୍ତି । କ୍ରାଇମବ୍ରାଞ୍ଚ ଅଧିକାରୀଙ୍କ ସହ ଝାରସୁଗୁଡା ଏସଡ଼ିପିଓ ମଧ୍ୟ କୋର୍ଟରେ ଉପସ୍ଥିତ ଥିଲେ ।

ସୂଚନା ଯେ, ଗତ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଗଲାବେଳେ ନବଙ୍କ ଉପରକୁ ଗୁଳି ଚାଳନା କରିଥିଲେ ପୋଲିସ ଏଏସଆଇ ଗୋପାଳ ଦାସ । ନବଦାସଙ୍କ ମୃତ୍ୟୁ ପରେ ଏହି ଘଟଣାର ତଦନ୍ତ ଦାୟିତ୍ବ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିଥିଲେ ରାଜ୍ୟ ସରକାର । ଆସନ୍ତା ୨୯ ତାରିଖରେ ନବଦାସ ମୃତ୍ୟୁକୁ ୧୨୦ ଦିନ ପୁରିବ।

Leave a Reply

Your email address will not be published. Required fields are marked *