ରାୟଗଡାରେ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ
ରାୟଗଡାରେ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ରାୟଗଡ଼ା-୧୦/୫-ରାରାୟଗଡାରେ ରାଷ୍ଟ୍ରୀୟ ଲୋକଅଦାଲତରେ ୫୬୫୪ ଟି ମାମଲା ଫଇସଲା ହୋଇ ସେଟେଲମେଣ୍ଟ ବାବଦକୁ ୪୧,୯୮,୫୦୭ ଟଙ୍କା ଆଦାୟ ହୋଇଅଛି ।ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଶନିବାର ଦିନ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତରେ ଦୀର୍ଘ ଦିନ ଧରି ପଡିରହିଥିବା ୧୧୯ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ.୩୯,୫୨,୩୯୬/-(ଅଣଚାଳିସ ଲକ୍ଷ ବାବନ ହଜାର ତିନି ଶହ ଛୟାନବେ) ଟଙ୍କାର ସେଟେଲମେଣ୍ଟ କରାଯାଇଅଛି l ସେହିପରି ରାଜସ୍ୱ ସମ୍ବନ୍ଧିତ ୫୫୨୮ ଟି ମାମଲା ଫଇସଲା ହୋଇଅଛି ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୭ ଟି ମାମଲାର ଫଇସଲା ହୋଇ ସମୁଦାୟ ଟ.୨,୪୬,୧୧୧/-(ଦୁଇ ଲକ୍ଷ ଛୟାଳିସ ହଜାର ଶହେ ଏଗାର) ଟଙ୍କାର ସେଟେଲମେଣ୍ଟ କରାଯାଇଅଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ Iଏଥିରେ ପରିବାର ଅଦାଲତର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ମହିଳା କୋର୍ଟର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ବରିଷ୍ଟ ଦେୱାନି ବିଚାରପତି ଶ୍ରୀ ଆଶିଷ ପଟ୍ଟନାଏକ, ରେଜିଷ୍ଟ୍ରାର ଶ୍ରୀ ରାଣା ଘୋଷ, ଗ୍ରାମ ନ୍ୟାୟଧିକାରୀ, କୋଲନରା ଶ୍ରୀମତି ଜ୍ୟୋତିର୍ମୟୀ ଷଡଙ୍ଗୀ, ଜେ.ଏମ୍.ଏଫ୍.ସି ଶ୍ରୀ ରିଚିମିଲନ ପାତ୍ର, ଜେ.ଏମ୍.ଏସ.ସି ଏସ୍.ଆର ତୋସାଲି, ରାୟଗଡା ବାର ଆସୋସିଏସନର ଆଇନଜୀବି ପ୍ରମୁଖ ଯୋଗଦେଇଥିଲେ l ଏହି ଲୋକ ଅଦାଲତଟିକୁ ସଫଳ କରିଥିବାରୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ଆଚାର୍ଯ୍ୟ ଜିଲ୍ଳାର ଜନସାଧାରଣ ତଥା ଆଇନଜୀବି ଓ ରାଜସ୍ୱ ବିଭାଗ ଓ ସରକାରୀ ଅଧିକାରୀ, ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି।
ରାୟଗଡ଼ାରୁ ନୃସିଂହ ଚରଣ ବାରିକଙ୍କ ରିପୋର୍ଟ
