ଜନନାୟକ ନବୀନ ପଟ୍ଟନାୟକ ଜନ୍ମଦିବସ ପାଳିତବିଜେଡି କାର୍ଯ୍ୟାଳୟରେ ରକ୍ତଦାନ ଶିବିର,
ଜନନାୟକ ନବୀନ ପଟ୍ଟନାୟକ ଜନ୍ମଦିବସ ପାଳିତବିଜେଡି କାର୍ଯ୍ୟାଳୟରେ ରକ୍ତଦାନ ଶିବିର, ୧୦୭ ୟୁନିଟ ସଂଗ୍ରହନୟାଗଡ଼,୧୬ା୧୦ : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜନନାୟକ ନବୀନ ପଟ୍ଟନାୟକ ୭୯ ବର୍ଷରେ ପାଦ ଥାପିଛନ୍ତି । ତାଙ୍କ ଜନ୍ମଦିନରେ ବିଜେଡି ରାଜ୍ୟର ବିଭିନ୍ନ ସ୍ଥାନରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ରକ୍ତଦାନ ଶିବିର ଆୟୋଜନ କରିଛି । ନୟାଗଡ଼ ବିଜୁ ଜନତା ଦଳ କାର୍ୟ୍ୟାଳୟ ପରିସରରେ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ପରାମର୍ଶ କ୍ରମେ ଜୀବନ ବିନ୍ଦୁ ମାଧ୍ୟମରେ ଆୟୋଜିତ ରକ୍ତଦାନ ଶିବିରରେ ୧୦୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ଯୁବ, ଛାତ୍ର, ମହିଳାଙ୍କଠାରୁ ଆରମ୍ଭ କରି ସବୁ ବର୍ଗର ଲୋକ ରକ୍ତଦାନ କରିଛନ୍ତି । ଆଜିର ଏହି କାର୍ୟ୍ୟକ୍ରମରେ ବିଜେଡି ପ୍ରବକ୍ତା ଇରାନୀ ରାୟ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜୀବନ ବିନ୍ଦୁର ଜିଲ୍ଲା ସଂଯୋଜକ ଗୁରୁପ୍ରସାଦ ଜେନା, ଯୁବ ବିଜେଡି ସଭାପତି ଦୁର୍ୟ୍ୟୋଧନ ବେହେରା, ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ । ତତ୍ସହିତ ସମସ୍ତ ପଞ୍ଚାୟତର ଜନପ୍ରତିନିଧିମାନେ ଏହି କାର୍ୟ୍ୟକ୍ରମରେ ସାମିଲ ହୋଇଥିଲେ ।
