ଆସନ୍ତା କାଲି ଠାରୁ ଜୁନ ୨୦ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ।

ଆସନ୍ତା କାଲି ଠାରୁ ଜୁନ ୨୦ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ।ପୁରୀ ୧୭/୬ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ଆସନ୍ତା କାଲି ୧୮ ତାରିଖ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ସ୍କୁଲ ଗୁଡିକୁ ସକାଳୁଆ କରାଯିବାକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି।ଗ୍ରୀଷ୍ମ ପ୍ରବାହ ଯୋଗୁଁ ଛାତ୍ର ଛାତ୍ରୀ ମାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱାର୍ଥ କୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପରାମର୍ଶ ବିଜ୍ଞପ୍ତି ଆଧାର ରେ ପୁରୀ ଜିଲ୍ଲାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମୟ ବିଦ୍ୟାଳୟ ଆସନ୍ତା କାଲି ଠାରୁ ଜୁନ ୨୦ ତାରିଖ ପର୍ଯ୍ୟନ୍ତ ସକାଳ ୬.୩୦ ମିନିଟ ରୁ ୯.୩୦ ମିନିଟ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ଜିଲ୍ଲାପାଳ ସୂଚନା ଦେବା ସହ ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ମଧ୍ୟାହ୍ନ ଭୋଜନ ସକାଳ ୯ ଘଟିକା ସମୟରେ ହେବ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ଦୀପକ କୁମାର ପାଢୀ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *