ସ୍ୱାଧୀନତା ଦିବସ ପାଳନ ଅବସରରେ ଜିଲ୍ଲା ସ୍ତରୀୟ ଡିବେଟ ପ୍ରତିଯୋଗିତା ଅନୁଷ୍ଠିତ

ନୟାଗଡ଼ରେ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ଜିଲ୍ଲା ସ୍ତରୀୟ ଡିବେଟ ପ୍ରତିଯୋଗିତା ଅନୁଷ୍ଠିତ |ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ସହ ବିଭିନ୍ନ ବର୍ଗର ତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି |ହାଇସ୍କୁଲର ପ୍ରଧାନ ଶିକ୍ଷକ ଉମାକାନ୍ତ ସେଠୀ,ଶିକ୍ଷାବିତ୍ ବଟକୃଷ୍ଣ ମହାପାତ୍ରଙ୍କ ପ୍ରତେକ୍ଷ ତତ୍ୱାବଧାନରେ ପରିଚାଳିତ ଏହି ପ୍ରତି ଯୋଗିତାରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ଜୟେନ୍ଦ୍ର ବେହେରା, କବି ଗୋଦାବରୀଶ ମିଶ୍ର ପ୍ରମୁଖ ଏହି ପ୍ରତିଯୋଗୀତାରେ ବିଚାରକ ଭାବେ ଯୋଗଦେଇଥିଲେ |ସୋମବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାର ସମସ୍ତ ବ୍ଲକ, ମୁନିସିପାଲିଟି, ଏନ.ଏ. ସିର ପ୍ରତିଯୋଗୀ ମାନେ ଯୋଗ ଦେଇଥିଲେ |

Leave a Reply

Your email address will not be published. Required fields are marked *