ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଅଠସ୍ତରୀତମ ସ୍ବାଧୀନତା ଦିବସ ପାଳନ

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଅଠସ୍ତରୀତମ ସ୍ବାଧୀନତା ଦିବସ ପାଳନ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବିଶ୍ଵନାଥପୁର, ଗଁଦିଆ, ଢେଙ୍କାନାଳରେ ଅଠସ୍ତରୀତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳନ କରାଯାଇଅଛି। ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ମାନସ ରଂଜନ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପତାକା ଉତ୍ତୋଳନ ଓ ପ୍ୟାରେଡ଼ କାର୍ଯ୍ୟକ୍ରମରେ ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶବିତ୍ ବିଜୟ କୁମାର ସାମନ୍ତ ଉପସ୍ଥିତ ହୋଇ ଉଦ୍‌ବୋଧନ ଦେବା ସଙ୍ଗେସଙ୍ଗେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଶ୍ରୀଯୁକ୍ତ ସାମନ୍ତ ଛାତ୍ରଛାତ୍ରୀମାନଙ୍କୁ ଦେଶ ମାତୃକାର ସେବା କରିବା ପାଇଁ ଆହ୍ବାନ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ଯୁଗଳ କୁମାର ମିଶ୍ର ଉପସ୍ଥିତ ହୋଇ ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ।ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ‌ ଓ କର୍ମଚାରୀବୃନ୍ଦ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *